କେଉଁ ଦିନ ପାଳିବେ ଦୀପାବଳୀ ବା ପୟାଶ୍ରାଦ୍ଧ? କେଉଁ ତାରିଖରେ ଏହାକୁ ପାଳନ କରାଯିବ ତାକୁ ନେଇ ସୃଷ୍ଟି ହୋଇଛି ଦ୍ଵନ୍ଦ? ରାଧାରମଣ ପ୍ରେସ ପଞ୍ଜିକା ବା ମୁକ୍ତି ମଣ୍ଡପ ସ୍ଵୀକୃତ ପଞ୍ଜିକା ଗୁଡିକରେ ଦୀପାବଳି ବା ପୟା ଶ୍ରାଦ୍ଧ ଅକ୍ଟୋବର ୨୦ ତାରିଖ ଉଲ୍ଲେଖ ରହିଥିବା ବେଳେ ଅନ୍ୟ ପଞ୍ଜିକାରେ ୨୧ ତାରିଖ ଉଲ୍ଲେଖ ରହିଛି। ୨୦ ତାରିଖ ଦିନ ୩ ଟା ୪୫ ପର ଠାରୁ ପର ଦିନ ଅର୍ଥାତ୍ ଅକ୍ଟୋବର ୨୧ ତାରିଖ ୫ ଟା ୫୪ ପର୍ଯ୍ୟନ୍ତ ଅମାବାସ୍ୟା ରହିଛି ।ଯେଉଁମାନେ ମହାଳୟା ଅମାବାସ୍ୟାରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ଦେଇପାରନ୍ତି ନାହିଁ। ସେମାନେ ମହାଳୟା ଅମାବାସ୍ୟା ଦିନ ଶ୍ରାଦ୍ଧ ଦେଇଥାନ୍ତି । ଦିନରେ ମହାଳୟା ଶ୍ରାଦ୍ଧ ପରେ ରାତିରେ ଦୀପ ଦାନ କରିଥାନ୍ତି । କିନ୍ତୁ ୨୦ ତାରିଖରେ ଦିନ ତମାମ ଚତୁର୍ଦ୍ଦଶୀ ରହୁଥିବାରୁ କିଭଳି ସେଦିନ ପୟାଶ୍ରାଦ୍ଧ ହେବ ନେଇ ଉଠିଛି ପ୍ରଶ୍ନ ? ତେବେ କିଛି ବରିଷ୍ଠ ଜ୍ୟୋତିର୍ବିଦଙ୍କ କହିବା ଅନୁଯାୟୀ, ୨୦ ତାରିଖ ନୁହେଁ ବରଂ ୨୧ ତାରିଖରେ ପୟା ଶ୍ରାଦ୍ଧ ପାଳନ ହେବ। ୨୦ ତାରିଖ ଦିନ ୩ ଟା ୪୫ ପର ଠାରୁ ପର ଦିନ ଅର୍ଥାତ୍ ଅକ୍ଟୋବର ୨୧ ତାରିଖ ୫ ଟା ୫୪ ପର୍ଯ୍ୟନ୍ତ ଅମାବାସ୍ୟା ରହିଛି।
Related Posts
ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ।
ଖଇରା- ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଓ ନୀଳଗିରି ଅବକାରୀ ନିରୀକ୍ଷକ ଶ୍ରୀ କେଶବ ଚନ୍ଦ୍ର ଦାସ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ ବଣପାରିଆ ଗ୍ରାମରେ ଚଢ଼ାଉ କରାଯାଇ ୨.୫୦୦ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ଖଇରା ଥାନା ଅନ୍ତର୍ଗତ କୁପାରୀ ଗ୍ରାମର […]
ପୋଲିସ ପକ୍ଷରୁ ବରିଷ୍ଠ ନାଗରିକ ମଞ୍ଚର କର୍ମକର୍ତ୍ତାଙ୍କୁ ପରିଚୟପତ୍ର ବଣ୍ଟନ।
ସିମୁଳିଆ, ( ନୀଳାଦ୍ରୀ ନ୍ୟୁଜ୍) : ବାଲେଶ୍ବର ଜିଲ୍ଲା ସିମୁଳିଆ ବ୍ଲକର ସରକାରୀ ସ୍ଵୀକୃତି ପ୍ରାପ୍ତ ସିମୁଳିଆ ବରିଷ୍ଠ ନାଗରିକ ମଞ୍ଚର ୫୦ ଜଣ କର୍ମକର୍ତ୍ତାଙ୍କୁ ପୋଲିସ ପକ୍ଷରୁ ପରିଚୟ ପତ୍ର ବଣ୍ଟନ କରାଯାଇଛି। ସୂଚନା ଅନୁଯାୟୀ ବାଲେଶ୍ବର ଜିଲ୍ଲାରେ ଅନ୍ୟ କୌଣସି ବ୍ଲକରେ ପରିଚୟପତ୍ର ପୋଲିସ ପକ୍ଷରୁ ମିଳି ନଥିବା ବେଳେ ସିମୁଳିଆ ବରିଷ୍ଠ ନାଗରିକ ମଞ୍ଚର ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ଶିବାନନ୍ଦ ପାଢୀଙ୍କ ଉଦ୍ୟମରେ ଏହି ସଫଳତା ସଂଘକୁ ମିଳି ପାରିଛି। ଆଜି ୧୧ଟି […]
